ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରଯାଇଛି | ୪ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି | ଏହା ସହ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୬ ଜଣଙ୍କ ପେନସନ୍ ସ୍ଥଗିତ ରଖାଯାଇଛି । ୫ଟି ଓ ମୋ ସରକାରରୁ ମିଳିଥିବା ତଥ୍ୟ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜଣେ ଅଧିକ୍ଷକ ଯନ୍ତ୍ରୀ, ୨ ଜଣ ସହକାରୀ ଯନ୍ତ୍ରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହା ସହ ଜଣେ ଡିଏସପି, ଜଣେ ସିଡିପିଓ ଓ ଜଣେ ରେଞ୍ଜରଙ୍କ ପ୍ରତି କାର୍ଯ୍ୟାନଚଷ୍ଠାନ ନିଆଯାଇଛି । ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବାବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..