Report Card Odisha

| Daily Odia News

ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ,ଉଠିଲା ସପ୍ତାହାନ୍ତ ସଟଡାଉନ୍‌,ରାତ୍ରକାଳୀନ କର୍ଫ୍ୟୁ ଲାଗୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ | ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ରହିବ । କରୋନା ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଛନ୍ତି । ତେଣୁ ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ୍‌ କୋହଳ ହୋଇଥିଲେ ସୁଦ୍ଧା କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଅପିଲ କରିଛନ୍ତି ରାଜ୍ୟ ସରକାର ରାଜ୍ୟର ୩ ସହର​‌ରେ ଲାଗୁ ହୋଇଥିବା ସପ୍ତାହାନ୍ତ ସଟ୍‌ଡାଉନ୍‌କୁ ହଟାଯାଇଛି । ଏଣିକି କୌଣସି ସହରାଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁହେବ ନାହିଁ । ବିବାହ କାର୍ଯ୍ୟରେ ଏଣିତି ୨୫୦ ଜଣ ଉପସ୍ଥିତ ରହିପାରିବେ । ଏହା ସହିତ ସୁଦ୍ଧିକ୍ରିୟାରେ ମଧ୍ୟ ୨୫୦ ଜଣ ରହିବା ନେଇ ଗାଇଡଲାଇନ୍‌ ଜାରି କରିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା । ପୂର୍ବରୁ ବିବାହ ଏବଂ ଅନ୍ତେଷ୍ଟି କ୍ରିୟାରେ ଅତିବେଶିରେ ୫୦ ଜଣ ଉପସ୍ଥିତ ରହିବା ନେଇ ନିୟମ ରହିଥିଲା । ରାଜ୍ୟରେ ଏଣିକି ସକାଳ ୫ଟାରୁ ରାତି ୧୦ଟା ଦୋକାନ ବଜାର ଖୋଲା ରହିପାରିବ । ସେପ୍ଟେମ୍ବର ଗାଇଡଲାଇନ୍‌ ଅନୁଯାୟୀ ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍‌କର୍ଫ୍ୟୁ ଜାରି ରହିବ । କେବଳ ଜରୁରୀ ସେବା ବ୍ୟତିତ ସାଧାରଣ ଯାଆସ ଉପରେ କଟକଣା ବଳବତ୍ତର ରହି । ପୂର୍ଣ୍ଣ କ୍ଷମତାରେ ଚାଲିପାରିବ ସିନେମା ହଲ । ରେଷ୍ଟୁରାଣ୍ଟ, ମଲ, ସିନେମା ହଲ, ଧାର୍ମିକ ସ୍ଥଳୀ କରୋନା କଟକଣା ମାନି ପୂର୍ବଭଳି ଜାରି ରହିବ । ସାମାଜିକ, ରାଜନୈତିକ, ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ବଳବତ୍ତର ରହିବ । ତେବେ ଯଦି କୌଣସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧିପାଏ ତେବେ ସ୍ଥାନୀୟ ପ୍ରଶାସନ ଚାହିଁଲେ ସାନି କଟକଣା ଲାଗୁ କରିପାରି​‌ବେ । ଆସନ୍ତା ଅକ୍ଟୋବର ୧ ତାରିଖ ଯାଏଁ ଜାରି ରହିବ ନୂଆ ଗାଇଡଲାଇନ୍ । ଲୋକମାନଙ୍କ ଜବୀନଜୀବିକାକୁ ଦୃଷ୍ଟିରେ ରଖି ନୂଆ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର ।

Breaking News