ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ। ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ ‘ନବଦମ୍ପତି ଗିଫ୍ଟ’। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଲୀନି ପଣ୍ଡିତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନବଦମ୍ପତିମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି। ନବଦମ୍ପତିମାନେ ବିଳମ୍ବରେ ପ୍ରଥମ ସନ୍ତାନ ଓ ଦ୍ବିତୀୟ ସନ୍ତାନ ଲାଗି ଅତିକମରେ ୩ ବର୍ଷର ବ୍ୟବଧାନ ରଖନ୍ତୁ। ଏହାକୁ ଆଖି ଆଗରେ ରଖି ଏହି ଗିଫ୍ଟରେ କିଛି ପରିବାର କଲ୍ୟାଣ ପୁସ୍ତିକା, ନେଲ କଟର , ଆଇନା, ପାନିଆ, ଟିକିଲି, ରୁମାଲ, ତଉଲିଆ, କଣ୍ଡୋମ ଓରାଲ କଣ୍ଟ୍ରାସେପଟିକ ପିଲସ, ପ୍ରେଗନେନ୍ସି ଟେଷ୍ଟିଂ କିଟ, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲସ ଓ ବିବାହ ପଞ୍ଜିକରଣ ଫର୍ମ ଇତ୍ୟାଦି ନବଦମ୍ପତିମାନଙ୍କୁ ପ୍ରଦାନ କରାଯିବ। ତେବେ ଏହି ଉପହାରରେ ଶଙ୍ଖା, ସିନ୍ଦୂର ଇତ୍ୟାଦିକୁ ବାଦ୍ ଦିଆଯାଇଛି। ଏହି ଯୋଜନା ଉଭୟ ସହର ଓ ଗ୍ରାମରେ କାର୍ଯ୍ୟକାରୀ ହେବ। ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଛି। ନବ ଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ସେପ୍ଟେମ୍ବର ମାସରୁ ଲାଗୁ କରାଯିବ।






More Stories
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..