Report Card Odisha

| Daily Odia News

ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧ ହଜାର ଶିକ୍ଷକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜୁନ୍‌ ମାସ ଶେଷ ଭିତରେ ହାଇସ୍କୁଲରେ ୧୧୦୦୦ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତ ଶିକ୍ଷକମାନଙ୍କୁ ନିଯୁକ୍ତି ପତ୍ର ଦିଆହେବ | ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। କହିଛନ୍ତି କି ପ୍ରଥମ ପର୍ଯ୍ୟାୟରେ ହାଇସ୍କୁଲଗୁଡ଼ିକର ରୂପାନ୍ତରୀକରଣ କରାଯାଉଛି। ପ୍ରାୟ ୮ ହଜାର ହାଇସ୍କୁଲରରୁ ୫୦୦୦ ହଜାର ସ୍କୁଲକୁ ରୂପାନ୍ତରୀକରଣ କରାଯାଉଛି। ବାକି ୩୦୦୦ ହାଇସ୍କୁଲର ରୂପାନ୍ତରୀକରଣ ବ୍ୟବସ୍ଥା କରାଯିବ। ହାଇସ୍କୁଲ ରୂପାନ୍ତରୀରଣ କରିବା ପରେ ପ୍ରାଥମିକ ବିଦ୍ୟାଳଗୁଡ଼ିକ କଥା ବିଚାର କରାଯିବ। ଏହି ୧୧ ହଜାର ଶିକ୍ଷକ ନିଯୁକ୍ତି ପାଇଁ କିଛି ମାସ ତଳେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ସହ ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ୧,୭୦୦ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେବାକୁ ବିଜ୍ଞପ୍ତି ବାହାରିଥିଲା। ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ ରାଜ୍ୟର ୮,୧୦୨ ଶିକ୍ଷା ସହାୟକଙ୍କୁ ନିୟମିତ କରିଥିଲେ ସରକାର।୨୦୧୫ ଜାନୁଆରୀ ମାସରେ ନିଯୁକ୍ତି ପାଇଥିବା ଏହି ଶିକ୍ଷକମାନଙ୍କୁ ନିୟମିତ କରାଯାଇଥିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ।

Breaking News