Report Card Odisha

| Daily Odia News

ନୂଆ ଜିଲ୍ଲା ଘୋଷଣା ଉପରେ ଲାଗିଲା ରୋକ!…..

ରିପୋର୍ଟ କାର୍ଡ / କଟକ

ଏଣିକି ସରକାର ଚାହିଁଲେ ଆଉ ନିଜ ଇଛା ଅନୁସାରେ ଜିଲ୍ଲା ଗଠନ କରିପାରିବେନାହିଁ | ନୂଆ ଜିଲ୍ଲା ଘୋଷଣା ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି | ହାଇକୋର୍ଟ ଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ। ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲ୍ଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି | ଜିଲ୍ଲା ପୁନର୍ଗଠନ ପ୍ରକ୍ରିୟା ପ୍ରସଙ୍ଗରେ ସରକାର ପଦକ୍ଷେପ ନେଇପାରିବେ, କିନ୍ତୁ ଅଦାଲତଙ୍କ ବିନା ଅନୁମତିରେ ଏହି ପ୍ରସଙ୍ଗରେ କୌଣସି ଚୂଡାନ୍ତ ଆଦେଶ ପ୍ରଦାନ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏଥିସହ ଏହି ମାମଲାରେ ବିଭିନ୍ନ ପକ୍ଷଙ୍କୁ ଜବାବ ତଲବ କରିଛନ୍ତି।

Breaking News