ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ରାଜ୍ୟରେ ରେକଡ଼ ଭାଙ୍ଗିଛି କରୋନା ସଂକ୍ରମଣ | ଦିନକର ୧୦୪୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ଵାରେଣ୍ଟିନ ରୁ ୫୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୫୨୬ ଲୋକାଲ କଣ୍ଟାକଟ କେସ ରହିଛି | ଗତକାଲି ରାଜ୍ୟରେ ୮ ହଜାର ୬୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାହା ୧୦ ହଜାର ପାର୍ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୪୫୪୬୦୭ ବୃଦ୍ଧି ପାଇଛି | ତେବେ ନୂଆ ୧୦୪୧୩ ସଂକ୍ରମିତଙ୍କ ମଧ୍ୟରୁ ପୁଣି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଚିହ୍ନଟ। ଖୋର୍ଦ୍ଧାରୁ ୧୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୦୦ ପଜିଟିଭ ଚିହ୍ନଟ । ସେହିପରି କଟକରୁ ୮୨୮, ପୁରୀରୁ ୫୩୩, ବରଗଡ଼ରୁ ୫୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଝାରସୁଗୁଡ଼ାରୁ ୪୪୨, ସମ୍ବଲପୁରରୁ ୪୨୬, ନୂଆପଡ଼ାରୁ ୪୧୮, ଅନୁଗୁଳରୁ ୩୯୨, ନବରଙ୍ଗପୁରରୁ ୩୭୮, କଳାହାଣ୍ଡିରୁ ୩୭୬, ଯାଜପୁରରୁ ୩୩୨, ମୟୂରଭଞ୍ଜରୁ ୨୪୭, ଗଞ୍ଜାମରୁ ୨୩୨, ନୟାଗଡ଼ରୁ ୨୧୮, ଭଦ୍ରକରୁ ୨୦୧, ରାୟଗଡ଼ାରୁ ୨୦୦, ବଲାଙ୍ଗିରରୁ ୧୬୦, ଗଜପତିରୁ ୧୫୬, ସୁବର୍ଣ୍ଣପୁରରୁ ୧୩୦, କେନ୍ଦୁଝରରୁ ୧୨୬, ଦେବଗଡ଼ରୁ ୧୦୩ ଓ ଷ୍ଟେଟ୍ ପୁଲରୁ ୩୬୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |
More Stories
ଅନଲାଇନ୍ ଗେମ୍ ନେଲା ଜୀବନ…..
ସରକାରକୁ ବଦନାମ କରିବା ଲାଗି ମନୁଷ୍ୟକୃତ ଆଳୁ ଅଭାବ…..
କୃଷି ଏବଂ କୃଷକଙ୍କ ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ….