ରିପୋର୍ଟ କାର୍ଡ / ଭୁବନେଶ୍ୱର
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦର ଗଞ୍ଜାମ ଜିଲ୍ଲା ସଭାପତି ଗୁରୁଦେବ ବେହେରା ଏବଂ ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାସଙ୍କ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ଆସନ୍ତା ନିର୍ବାଚନରେ OBC ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଇନାହିଁ, ଏହାଦ୍ୱାରା ଓବିସି ବର୍ଗଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ ହେଉଛି ବୋଲି ଆବେଦନରେ ଦର୍ଶାଯାଇଛି ବର୍ତ୍ତମାନ ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢୁଥିବା ବେଳେ ପଞ୍ଚାୟତ ନିର୍ବାଚନ କିପରି ହେବ ସେନେଇ ଆବେଦନାକାରୀ ପ୍ରଶ୍ନ ଉଠାଇଛନ୍ତି। ସ୍ଥିତି ସୁଧୁରିବା ଭିତରେ ପୁନଃ ବିଚାର କରି OBC ବର୍ଗଙ୍କୁ ସଂରକ୍ଷଣ ଦେବା ପାଇଁ କୋର୍ଟରେ ପ୍ରାର୍ଥନା କରାଯାଇଛି। ଏଥିରେ ରାଜ୍ୟ ନିର୍ବାଚନ କମିଶନ, ପ୍ରମୁଖ ଶାସନ ସଚିବ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଏବଂ ପ୍ରମୁଖ ଶାସନ ସଚିବ ଗୃହ ଓ ସହରାଞ୍ଚଳ ଉନୟନ ବିଭାଗ କୁ ପକ୍ଷଭୁକ୍ତ କରାଯାଇଛିI






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..