ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ। ଆଜି ସକାଳ ୭ଟାରୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ନିଜ ନିଜ ମତାଧିକାର ସାବ୍ୟସ୍ତ ପାଇଁ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ଭୋଟରମାନେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ମତଦାନ ଦେଉଥିବା ନଜର ଆସିଛି। ଦିନ ୧ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତୃତୀୟ ପର୍ଯ୍ୟାୟରେ ୬୩ ବ୍ଳକ୍ର ୧୭୧ ଜିଲ୍ଲା ପରିଷଦ ଜୋନ୍ ଅନ୍ତର୍ଗତ ୧୩୮୨ ପଞ୍ଚାୟତରେ ଭୋଟ୍ ପଡ଼ିବ। ମୋଟ୍ ୫୬ ଲକ୍ଷ ୫୩ ହଜାର ୪୦୫ ଜଣ ଭୋଟର, ୧୮ ହଜାର ୪୯୫ ବୁଥ୍ରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୨ ହଜାର ୭୭୩ ବୁଥ୍ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି। ତୃତୀୟ ପର୍ଯ୍ୟାୟରେ ୧୭୧ ଜିଲ୍ଲା ପରିଷଦ ଜୋନ୍ରେ ୬୭୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ବୁଥ୍ ରିଗିଂ ଓ ବୁଥ୍ କ୍ୟାପ୍ଚରିଂକୁ ବନ୍ଦ କରି ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି।
More Stories
କମିଲା ସୁନା ଦାମ୍…..
ଇସ୍ତଫା ଦେବେ ମହମ୍ମଦ ୟୁନୁସ୍ !…..
ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍….