ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୬୪୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ ରେ ପହଞ୍ଚି ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୫୧କୁ ବୃଦ୍ଧି ପାଇଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼ ଓ ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା,ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତକାଲି ରାଜ୍ୟରେ ୧୭ ଜଣଙ୍କ ମୁଣ୍ଡ ନେଇଥିଲା କରୋନା। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। କଟକ ଜିଲ୍ଲାରୁ ୯୩୦ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତୃତୀୟ ସ୍ଥାନରେ ସୁନ୍ଦରଗଡ଼ ଜିଲ୍ଲାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫୫୭, କଟକରୁ ୯୩୦, ସୁନ୍ଦରଗଡ଼ରୁ ୭୭୫, ଅନୁଗୁଳରୁ ୫୫୭, ବାଲେଶ୍ୱରରୁ ୫୦୩, ସମ୍ବଲପୁରରୁ ୪୯୪ , ମୟୂରଭଞ୍ଜରୁ ୪୦୪, ବରଗଡରୁ ୩୯୧, ଝାରସୁଗୁଡ଼ାରୁ ୩୭୮, ନୟାଗଡ଼ରୁ ୩୭୫, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢ଼େଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ଷ୍ଟେଟ୍ ପୁଲରୁ ୨୭୬ ଚିହ୍ନଟ ହୋଇଛନ୍ତି ।
More Stories
କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ…..
ଗୋପାଳପୁର ବନ୍ଦ ଗଲା ଆଦାନୀ ଗ୍ରୁପକୁ…..
ଝିଅକୁ ମିଳିବ ଚାକିରି:କ୍ୟାବିନେଟ ନିଷ୍ପତ୍ତି….