ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୯୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୫୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍ ପୁଲ୍ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।





More Stories
୧ରୁ ଭିତରକନିକା ବନ୍ଦ…..
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……