Report Card Odisha

| Daily Odia News

ରାଜ୍ୟରେ ୪ ଲକ୍ଷ ଟପିଲା କରୋନା ସଂକ୍ରମଣ ସଂଖ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ସଂଗୀନ ହେଉଛି | ଆଜି ରାଜ୍ୟରେ ୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୬୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଗତକାଲି ମଧ୍ୟ ଖୋର୍ଦ୍ଧାରୁ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଖୋର୍ଦ୍ଧାରୁ ୧,୧୮୯ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧୪୧, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୯୦, ଭଦ୍ରକରୁ ୪୧, ବଲାଙ୍ଗିରରୁ ୨୩୪, ବୌଦ୍ଧରୁ ୩୯, କଟକରୁ ୩୩୬, ଦେବଗଡ଼ରୁ ୩୪, ଢେଙ୍କାନାଳରୁ ୩୪, ଗଜପତିରୁ ୯୬, ଗଞ୍ଜାମରୁ ୧୬୧,ଜଗତସିଂହପୁରରୁ ୬୫, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୩୪୩, କଳାହାଣ୍ଡିରୁ ୩୬୧, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୧୮୩, ଖୋର୍ଦ୍ଧାରୁ ୧୧୮୯, କୋରାପୁଟରୁ ୬୭, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୨୨୪, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୧୭୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୭୮୮ ଓ ଷ୍ଟେଟ୍‌ ପୁଲ୍‌ରୁ ୨୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Breaking News