ରିପୋର୍ଟ କାର୍ଡ / ଭୁବନେଶ୍ୱର
୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି। ଏହି ସମୟ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ଥିବା ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୪ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ। ପରବର୍ତ୍ତୀ ଦିନଗୁଡ଼ିକରେ ମଧ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ସମ୍ଭାବନା ରହିଛି। ୧୯ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ପ୍ରକ୍ରିୟା ଜାରି ରହିପାରେ।ପାଣିପାଗରେ ଏଭଳି ପରିବର୍ତ୍ତନ ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପୁଣି ବର୍ଷା ହେବା ନେଇ ଆକଳନ କରାଯାଇଛି। ତେବେ କେଉଁ ଅଞ୍ଚଳରେ କେତେ ପରିମାଣର ବର୍ଷା ହେବ, ସେନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପରବର୍ତ୍ତୀ ସମୟରେ ବିସ୍ତୃତ ସୂଚନା ଦିଆଯିବ।






More Stories
ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍…..
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..