ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ବୈଠକରେ ୧୫ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଛି । ଓଡ଼ିଶା ଜିଏସଟି ଆଇନରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ସେହିପରି ଶୀତଳାପଲ୍ଲୀରେ ଟାଟା ଷ୍ଟିଲ ପକ୍ଷରୁ ପ୍ରସ୍ତାବିତ ମଲ୍ଟି ସ୍ବେଶାଲିଟି ହସ୍ପିଟାଲକୁ ସରକାର ଜମି ଯୋଗାଇ ଦେବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଯୋଗାଯୋଗ ନ ଥିବା ଗାଁକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରିବା ପ୍ରସ୍ତାକୁ ମଧ୍ୟକ୍ୟାବିନେଟ ଅନୁମୋଦନ କରିଛି । ଅବଢା ଯୋଜନାରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି। ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସୌରା ଭାଷାକୁ ସାମିଲ କରିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବା ନିଷ୍ପତ୍ତିକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଭଡ଼ାଘର ଦେବେ ସରକାର…..