Report Card Odisha

| Daily Odia News

ଆସୁଛି ଲଘୁଚାପ,ୟେଲୋ ୱାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

୭ ତାରିଖ ଦିନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପବ ବିଭାଗ ଆକଳନ କରିଛି । ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରର ସୂଚନା ମୁତାବକ ଆଜି ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।  ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Breaking News