ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଗାମୀ ୨ରୁ୩ ଦିନ ଯାଏଁ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢ଼ିଯିବ । ଫଳରେ ଶୀତ କମିବ । ସମ୍ଭାବ୍ୟ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୩ ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦୁଇ ଦିନ ଯାଏ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ମଧ୍ୟ ରହିଛି । ଘନ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।






More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……