ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟୋକିଓ ପାରାଲିମ୍ପିକ୍ସ୨୦୨୦ରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟ୍ବିଟ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ‘ପାରା ଅଲିମ୍ପିକ୍ସରେ ଦେଶ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା । ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି। ଦେଶ ପାଇଁ ଏହା ଏକ ସ୍ବର୍ଣ୍ଣିମ ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର ଏହି ପ୍ରତିଭାବାନ ଖେଳାଳୀ ପ୍ରମୋଦ ଭଗତଙ୍କ ନିକଟକୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି।






More Stories
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..