ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ହେବ ଜୁନିଅର ହକି ଓ୍ବାର୍ଲଡ କପ୍-୨୦୨୧ । ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ଜୁନିଅର ପୁରୁଷ ହକି ବିଶ୍ବକପ୍ ଆୟୋଜନ କରିବାକୁ ଯାଉଛି ଓଡ଼ିଶା । ଏନେଇ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଲୋଗୋ ଓ ଟ୍ରଫି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ୨୦୧୮ରେ ଭୁବନେଶ୍ବରରେ ପୁରୁଷ ହକି ବିଶ୍ବକପ୍ ସଫଳତାର ସହ ଆୟୋଜନ କରିଥିଲା ଓଡ଼ିଶା । ଚଳିତ ବର୍ଷ ଜୁନିଅର ପୁରୁଷ ହକି ବିଶ୍ବକପ୍ ଗୌହାଟୀରେ ଅନୁଷ୍ଠିତ ହେବାର ଥିଲା । ବିଶ୍ବକପ୍ ଆୟୋଜନ ପାଇଁ ରେସ୍ରେ ଆଗରେ ଓଡ଼ିଶା ଓ ଗୌହାଟୀ ଥିବା ବେଳେ ଶେଷରେ ଓଡ଼ିଶାକୁ ମିଳିଛି ସୁଯୋଗ । ଏଥର ଜୁନିଅର ହକି ବିଶ୍ବକପ୍ ଓଡ଼ିଶାରେ ହିଁ କରିବାକୁ FIH ଅଧ୍ୟକ୍ଷ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ FIH ସଭାପତି ନରିନ୍ଦର ବାତ୍ରା, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ନିର୍ଦ୍ଦେଶକ ଆର.ଭିନିଲ୍ କ୍ରିଷ୍ଣାଙ୍କ ସହ 5-T ସଚିବ ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ । ସେହିଭଳି ୨୦୨୩ରେ ପୁରୁଷ ହକି ବିଶ୍ବକପ ଭୁବନେଶ୍ବର ଓ ରାଉରକେଲାରେ ଅନୁଷ୍ଠିତ ହେବ । ଏଥିପାଇଁ ରାଉରକେଲାରେ ଦେଶର ସବୁଠାରୁ ବଡ଼ ହକି ଷ୍ଟାଡିୟମର ନିର୍ମାଣ ହେଉଛି । ବିଶ୍ୱକପ୍ ଆୟୋଜନ ପାଇଁ ତିନୋଟି ସହର ଧାର୍ଯ୍ୟ ହୋଇଥିଲା । ସେଥିରେ ଓଡ଼ିଶା ସବୁଠାରୁ ଆଗରେ ରହିଥିଲା । ଓଡ଼ିଶାରେ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିବା ନେଇ ଅନ୍ତର୍ଜାତୀୟ ହକି ଫେଡେରେସନ୍ (ଏଫଆଇଏଚ୍) ଓଡ଼ିଶା ସରକାରଙ୍କ ସହ ଆଲୋଚନା କରିଥିଲା। ଆଜି ଓଡ଼ିଶା ସରକାର ପୁଣିଥରେ ବିଶ୍ୱକପ୍ ଭଳି ମେଗା ଇଭେଣ୍ଟକ ଆୟୋଜନ କରିବାକୁ ହଁ ଭରିଥିଲେ। ଜୁନିୟର ମହିଳା ହକି ବିଶ୍ୱକପର ଆୟୋଜନ ଦକ୍ଷିଣ ଆଫ୍ରିକାର ପୋଚେଫଷ୍ଟ୍ରୁମରେ ଡିସେମ୍ବର ୫ରୁ ୧୬ ତାରିଖ ଯାଏ ହେବ। ତେବେ ଜୁନିୟର ହକି ବିଶ୍ୱକପ୍ ପାଇଁ ଏଯାଏ ଭେନ୍ୟୁ ସ୍ଥିର ହୋଇନାହିଁ।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….