ରିପୋର୍ଟ କାର୍ଡ / କଟକ
ଅଧାବାଟରେ ଆମ୍ବୁଲାନ୍ସ ରୁ ପେଟ୍ରୋଲ ସରିଯିବା ଫଳରେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ।ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।କେନ୍ଦ୍ରାପଡ଼ା ଅଞ୍ଚଳର ଜଣେ ଯୁବକ ବିଷପିଇ ଗୁରୁତର ହେବାରୁ ପରିବାର ଲୋକେ କଟକ ଏସସିବି ମେଡିକାଲକୁ ଆଣିଥିଲେ।ତେବେ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ ରୁ ଯୁବକକୁ ଆମ୍ବୁଲାନ୍ସରେ ସ୍ଥାନାନ୍ତର କରିଥିଲେ। ଯିବାବେଳେ କାଠଯୋଡ଼ି ନଦୀ ବ୍ରିଜ ଉପରେ ହଠାତ୍ ଆମ୍ୱୁଲାନ୍ସର ପେଟ୍ରୋଲ ଶେଷ ହୋଇଯାଇଥିଲା।ତେଲ ସରିଯିବାରୁ ରାସ୍ତାରେ ଅଟକିଥିଲା ଆମ୍ବୁଲାନ୍ସ। ଫଳରେ କିଛି ସମୟ ପରେ ରୋଗୀର ମୃତ୍ୟୁ ହୋଇଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏମିତିକି ଆମ୍ବୁଲାନ୍ସର ଅକ୍ସିଜେନ ମଧ୍ୟ ଶେଷ ହୋଇଯାଇଥିବା ସେମାନେ ଅଭିଯୋଗ କରିଛନ୍ତି।






More Stories
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..
ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା…..