ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ମୁଖ୍ୟମନ୍ତ୍ରୀ ୭୭ ବର୍ଷରେ ପାଦ ଥାପିଛନ୍ତି। ତେବେ ମେକ୍ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ସେ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି | ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପକ୍ଷରେ ତାଙ୍କ ଜନ୍ମଦିନକୁ ନିଆରା ଭାବେ ପାଳନ କରିବାକୁ ଦଳ ଅଣ୍ଟା ଭିଡ଼ିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଛାମୁଆ ସଂଗଠନ ପକ୍ଷରୁ ରାଜ୍ୟରେ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଇଁ ସମସ୍ତ ଜିଲାରେ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରାଯାଉଛି । ଭୁବନେଶ୍ବରରେ ୪ରୁ ୫ଟି ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଗୋଟିଏ ଦିନରେ ସାରା ରାଜ୍ୟରୁ ୨୫ ହଜାର ୟୁନିଟ୍ ରକ୍ତ ସଂଗ୍ରହ କରାଯିବା ନେଇ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଥିପାଇଁ ଛାମୁଆ ସଂଗଠନର କର୍ମକର୍ତ୍ତାଙ୍କୁ ଦାୟିତ୍ବ ଦିଆଯାଇଛି।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..