ରିପୋର୍ଟ କାର୍ଡ / ସମ୍ବଲପୁର
ସରକାରୀ ଜମି ଜବରଦଖଲ କରି କୋଠା ନିର୍ମାଣ କରିଥିଲେ ବୁଲିବ ବୁଲଡୋଜର। ମାଟିରେ ମିଶିବ କୋଠା। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏଭଳି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହନ୍ତି। ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ବଡ଼ିଆଙ୍କ ଭଙ୍ଗାହେବ। ବଡ଼ବଡ଼ ଲୋକଙ୍କ ମୁଖା ଖୋଲିବ। ଏଣୁ ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠାଗୁଡ଼ିକୁ ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ। ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ବି ତାକୁ ଏଥିରୁ ବାଦ ଦିଆଯିବ ନାହିଁ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..