ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
‘ୱାନ୍ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସ୍ତାବ ଉପରେ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି | ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସଙ୍ଗ ସଂପର୍କିତ ସମସ୍ତ ଦିଗକୁ ପରଖି ଏହି କମିଟି ଏକ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ଦେବେ। ଏହି କମିଟିର ମୁଖ୍ୟ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ହେବେ ବୋଲି ଘୋଷଣା କରାଯାଇଥିବା ବେଳେ କେଉଁମାନେ ସଦସ୍ୟ ରହିବେ, ତାହା ଜଣାପଡ଼ିନାହିଁ। ଏନେଇ ପରେ ଘୋଷଣା କରାଯିବ ବୋଲି ଜଣାପଡ଼ିଛି। ସେପ୍ଟେମ୍ବର ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ସଂସଦର ସ୍ୱତନ୍ତ୍ର ଅଧିବେଶନ ବସିବ ବୋଲି ଗତକାଲି କେନ୍ଦ୍ର ସରକାର ଘୋଷଣା କରି କରିଥିବା ବେଳେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଆଜି ଗଠନ କରିଛନ୍ତି କମିଟି। ତେଣୁ ସଂସଦର ସ୍ୱତନ୍ତ୍ର ଅଧିବେଶନରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଉପସ୍ଥାପନ କରାଯିବା ନେଇ ଯେଉଁ ଆକଳନ କରାଯାଉଥିଲା, ତାହା ଆହୁରି ଦୃଢ଼ୀଭୂତ ହୋଇଛି।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..