ରିପୋର୍ଟ କାର୍ଡ / ପୁରୀ
ପୁରୀ-କୋଣାର୍କ ବାଲିଗୁଆଳି ବେଳାଭୂମିରୁ ଜଣେ ଯୁବତୀଙ୍କ ମୃତଦେହ ଠାବ ହୋଇଛି । ମେରାଇନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଆଜି ବେଳଭୂମିରେ ଜଣେ ଯୁବତୀଙ୍କ ମୃତଦେହ ଲାଗିଥିବାର ଦେଖିବାକୁ ମିଳିଥିଲା । ଏହାପରେ ସ୍ଥାନୀୟଲୋକେ ମେରାଇନ୍ ଥାନା ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି । ତେବେ ଏବେ ଯାଏଁ ମୃତ ଯୁବତୀଙ୍କ ପରିଚୟ ମିଳିନାହିଁ । ଏହା ହତ୍ୟା ନା ମୃତ୍ୟୁ ପଛର ଆଉ କାରଣ କଣ ରହିଛି ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..