ରିପୋର୍ଟ କାର୍ଡ / ଭୁବନେଶ୍ୱର
କ୍ରୀଡ଼ା ଉତ୍ସବରେ ଯୋଗ ଦେବାକୁ ଯିବାବେଳେ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍। ଦୁର୍ଘଟଣାରେ ଜଣେ ପିଇଟି ଶିକ୍ଷକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ। ମୃତକ ହେଲେ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକ ପ୍ରଭାସ କୁମାର ଜେନା। ଚ଼ନ୍ଦାହାଣ୍ଡି ବ୍ଲକରେ ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାଳନ ହେଉଥିଲା। ଆଜି ସକାଳେ ଉମରକୋଟର ଶିକ୍ଷକଶିକ୍ଷୟତ୍ରୀମାନେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ନେଇ ଏକ ବସ୍ ଯୋଗେ ଚ଼ନ୍ଦାହାଣ୍ଡି ନେଇ ଯାଉଥିଲା। ଚ଼ନ୍ଦାହାଣ୍ଡି ଘାଟିରେ ବସ୍ଟି ତଳକୁ ଗଡୁଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲା ବେଳେ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକଙ୍କର ମୃତ୍ୟୁ ଘଟିଥିଲା।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..