ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
‘ଅପରେସନ୍ ଅଜୟ’ ବ୍ୟବସ୍ଥାରେ ଯୁଦ୍ଧ-ବିକ୍ଷତ ଇସ୍ରାଏଲ୍ରୁ ୨୧୨ଜଣ ଭାରତୀୟଙ୍କୁ ନେଇ ଆସିଥିବା ପ୍ରଥମ ଚାର୍ଟର୍ ବିମାନ ଆଜି ସକାଳେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ କରିଛି। ବିମାନ ବନ୍ଦରରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଇସ୍ରାଏଲ୍ରୁ ଆସିଥିବା ଭାରତୀୟମାନଙ୍କୁ ସ୍ବାଗତ ଜଣାଇଥିଲେ। ଗୁରୁବାର ସନ୍ଧ୍ୟା ବେଳେ ତେଲ୍ ଆଭିଭ୍ସ୍ଥିତ ବେନ୍ ଗୁରିଅନ୍ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନରେ ୨୧୧ଜଣ ପ୍ରାପ୍ତ ବୟସ୍କ ଭାରତୀୟ ଓ ଜଣେ ଶିଶୁ ଥିଲେ। ଇସ୍ରାଏଲ୍ରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ନାଗରିକମାନଙ୍କ ମଧ୍ୟରୁ ଜଣେ ଏଥିପାଇଁ ଭାରତ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରି କହିଛନ୍ତି | ପ୍ରଥମ ଥର ପାଇଁ ଆମେ ସେଠାରେ ଏଭଳି ଅବସ୍ଥାରେ ପଡ଼ିଲୁ। ଆମକୁ ଫେରାଇ ଆଣିଥିବାରୁ ଆମେ ଭାରତ ସରକାର, ବିଶେଷତଃ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି କୃତଜ୍ଞ। ଯଥାଶୀଘ୍ର ସେଠାକାର ପରିସ୍ଥିତି ଶାନ୍ତ ହେଲେ ଆମେ ପୁଣି ଯାଇ କାମରେ ଯୋଗ ଦେବୁ ବୋଲି ଆଶା କରୁଛୁ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..