ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠୁ ଆରମ୍ଭ ବଜେଟ୍ ଅଧିବେଶନ | ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି, ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ। ଏହା ମୋତେ ଆଘାତ ଦେଇଛି। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି। ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ଵି ଆଇନ ଭାଙ୍ଗୁଥିଲେ, ମୁଁ କାର୍ଯ୍ୟାନୁଷ୍ଠାନ ନେଉଥିଲି। ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୋଇ ଥିବାରୁ, ଆମେ ଗୃହ ପରିତ୍ୟାଗ କଲୁ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..