ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇଛି ଓଡ଼ିଶା ସିଭିଲ୍ ସର୍ଭିସ୍-୨୦୨୦ ପରୀକ୍ଷା ଫଳ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି ମୋଟ ୩୯୨ ପରୀକ୍ଷାର୍ଥୀ। ସେଥି ମଧ୍ୟରୁ ୧୪୮ ଜଣ ଛାତ୍ରୀ ଅଛନ୍ତି। ପ୍ରଥମ ୩ଟି ସ୍ଥାନ ଅଧିକାର କରିଛନ୍ତି ଛାତ୍ରୀ। ତେଜସ୍ୱିନୀ ବେହେରା OAS ଟପ୍ପର ହୋଇଛନ୍ତି । ଶୁଭଙ୍କରୀ ସୁଦେଷ୍ଣା ଦାଶ ଦ୍ୱିତୀୟ ଓ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଚତୁର୍ଥରେ ଦେବବ୍ରତ କର, ପଞ୍ଚମରେ ଦେବବ୍ରତ ମହାରଣା, ଷଷ୍ଠରେ ଅଭିସ୍ମିତା ତିୱାରୀ, ସପ୍ତମରେ ଶୁଭଶ୍ରୀ ରଥ, ଅଷ୍ଟମରେ ଶ୍ରୀତପା ମିଶ୍ର, ନବମରେ ବିବେକାନନ୍ଦ ଷଡ଼ଙ୍ଗୀ, ଦଶମରେ ତପତି ରାଜ, ଏକାଦଶରେ ପଙ୍କଜ କୁମାର ମହାନ୍ତ, ଦ୍ୱାଦଶରେ ତନ୍ମିତା କର ଓ ୧୩ ନମ୍ୱରରେ ଅଭିଜିତ ଷଡ଼ଙ୍ଗୀ ରହିଛନ୍ତି। ସେହିପରି ୧୪ ନମ୍ୱର ସ୍ଥାନରେ କସ୍ତୁରୀ ପଣ୍ଡା, ୧୫ ନମ୍ୱରରେ ବିଭୂପ୍ରସାଦ ସିଂହ, ୧୬ ନମ୍ୱରରେ ବିଶ୍ୱଜିତ ପଣ୍ଡା, ୧୭ ନମ୍ୱରରେ ହରପ୍ରିୟା ପୃଷ୍ଟି, ୧୮ ନମ୍ୱରରେ ରାମକୃଷ୍ଣ ସତ୍ୟରାଜ ଗୁରୁ, ୧୯ ନମ୍ୱର ଅଣାକାର ନାୟକ, ୨୦ ନମ୍ୱରରଆ ଲିତୁସ୍ମିତା ମିଶ୍ର ଅଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..