ରିପୋର୍ଟ କାର୍ଡ / କଟକ
ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୧ ମେନ୍ ପରୀକ୍ଷା ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ହେବ। ଏ ନେଇ ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତିଦିନ ୨ ସିଟିଂରେ ପରୀକ୍ଷା କରାଯିବ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ। ୩ଘଣ୍ଟା ଧରି ପରୀକ୍ଷା ହେବାକୁ ଥିବାବେଳେ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୧ ଘଣ୍ଟା ସମୟ ଦିଆଯିବ। ମାର୍ଚ୍ଚ ୭ ଓ ୮ରେ ପରୀକ୍ଷା ହେବ ନାହିଁ। ପରୀକ୍ଷାର୍ଥୀମାନେ ପ୍ରକାଶିତ ବିଜ୍ଞପ୍ତିରେ ସବିଶେଷ ତଥ୍ୟ ପାଇପାରିବେ। ଓପିଏସ୍ସି ୱେବ୍ସାଇଟ୍ରେ ଖୁବ୍ଶୀଘ୍ର ଆଡ୍ମିଟ୍ କାର୍ଡ ଉପଲବ୍ଧ ହେବ। ଯଦି କୌଣସି ପରୀକ୍ଷାର୍ଥୀଙ୍କର ଓପିଏସ୍ସି ଦ୍ୱାରା ନିର୍ଦ୍ଧାରିତ ତାରିଖରେ ୟୁପିଏସ୍ସି ସିଭିଲ ସର୍ଭିସ ସାକ୍ଷାତ୍କାର ପରୀକ୍ଷା ଅଛି ତା’ହେଲେ ସେମାନେ ଅନ୍ୟ ଏକ ତାରିଖରେ ଓସିଏ ମେନ୍ ପରୀକ୍ଷା ଦେଇପାରିବେ। ଏଥିପାଇଁ ସେମାନଙ୍କୁ ଆସନ୍ତା ୯ ତାରିଖ ସୁଦ୍ଧା ୟୁପିଏସ୍ସି ସାକ୍ଷାତ୍କାରର ଚିଠିକୁ ଓପିଏସ୍ସି ନିକଟରେ ଦାଖଲ କରିବାକୁ ପଡିବ।
More Stories
ପହଲଗାମ୍ ଆକ୍ରମଣର ଦୃଢ଼ ଜବାବ ଦିଆଯିବ……
ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ଯୋଗ୍ୟତା ସ୍ନାତକ…..
କ୍ୟାବିନେଟ୍ ବୈଠକରେ ୬ ପ୍ରସ୍ତାବକୁ ଅନୁମୋଦନ…..