ରିପୋର୍ଟ କାର୍ଡ / ଭୁବନେଶ୍ଵର
ଓଡ଼ିଶା ସିଭିଲ ସର୍ଭିସ ୨୦୨୧ର ଫଳ ପ୍ରକାଶ ଉପରେ ଲାଗିଲା ରୋକ୍ | ଅନ୍ତରୀଣ ରହିତାଦେଶ ଜାରିକଲେ ହାଇକୋର୍ଟ। ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ | ସତୀଶଙ୍କୁ ୪୦% ଭିନ୍ନକ୍ଷମ ବୋଲି ଦର୍ଶାଯାଇଥିବା ବେଳେ ସେ କିନ୍ତୁ ନିଜକୁ ସମ୍ପୂର୍ଣ୍ଣ ଭିନ୍ନକ୍ଷମ ବୋଲି ଦାବି କରିଛନ୍ତି। ଏଥିସହ ଏବେ ଜାରି ରହିଥିବା ପର୍ସନାଲିଟି ଟେଷ୍ଟରେ ସାମିଲ କରା ଯାଇ ନ ଥିବାରୁ ଏହାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସତୀଶ ।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..