Report Card Odisha

| Daily Odia News

ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ସ୍ୱତନ୍ତ୍ର ବସ୍‌ ବାତିଲ୍‌….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ ହୋଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍‌ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ। ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଥିଲା। ପ୍ରୟାଗରାଜ ସଙ୍ଗମ ସ୍ଥଳ ନିକଟରେ ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

Breaking News