ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି | ସୂଚନାଯୋଗ୍ୟ, ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଓଡ଼ିଶାର ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..