ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୨ ତାରିଖରେ ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ବିକଳ୍ପ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ଉପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ବ ଦେଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରାଜ୍ୟ ପ୍ରକଳ୍ପ ସଂଯୋଜକ କାର୍ଯ୍ୟାଳୟ (ପ୍ରଧାନମନ୍ତ୍ରୀ ପୋଷଣ) ପକ୍ଷରୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏନେଇ ପତ୍ର ଲେଖାଯାଇଛି। ପାଚିକା ତଥା ସହାୟିକାଙ୍କ ପ୍ରତିନିଧିତ୍ବ କରୁଥିବା ମିଳିତ ମଞ୍ଚ ପକ୍ଷରୁ ୧୨ରେ ଧର୍ମଘଟ ଡାକରାକୁ ଦୃଷ୍ଟିରେ ରଖି ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..