ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ନଭେମ୍ବର ୧୭ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ଏଥିପାଇଁ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି। ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା। ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..