ରିପୋର୍ଟ କାର୍ଡ / ବରଗଡ଼
ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୧୭ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ପରେ ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି। ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା। ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….