ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ପୁରସ୍କାର ଅଳଙ୍କରଣ ସମାରୋହରେ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ବ୍ୟକ୍ତିତ୍ବଙ୍କୁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ଓଡ଼ିଶାର ୩ ଜଣ ପ୍ରସିଦ୍ଧ ବ୍ୟକ୍ତିତ୍ବଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ଓଡ଼ିଆ ସାହିତ୍ୟ ଓ ଶିକ୍ଷା ଜଗତକୁ ଉଲ୍ଲେଖନୀୟ ଅବଦାନ ପାଇଁ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି । ସେହିପରି କଳା କ୍ଷେତ୍ରକୁ ଅବଦାନ ପାଇଁ ଲୋକପ୍ରିୟ ସମ୍ବଲପୁରୀ ଗୀତ ରଙ୍ଗବତୀର ଗାୟିକା ଡକ୍ଟର କ୍ରିଷ୍ଣା ପଟେଲ ଓ କୃଷି (ଔଷଧିୟ ବୃକ୍ଷ ଚାଷ) କ୍ଷେତ୍ରକୁ ଅବଦାନ ପାଇଁ ପଟ୍ଟାୟତ କୁମାର ସାହୁଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି।






More Stories
ନୀତଶଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ…..
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ: ୧୫ ମୃତ…..
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..