ରିପୋର୍ଟ କାର୍ଡ / ପୁରୀ
ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ବର୍ଗଦ୍ବାର ଠାରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜ୍ୟେଷ୍ଠପୁତ୍ର ମୁଖାଗ୍ନି ଦେଇଥିବା ସୂଚନା ମିଳିଛି | ପ୍ରଫେସର କର ଗତକାଲି ୮୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ସେ ଜଣେ ବାଗ୍ମୀ, ପ୍ରବଚକ, ସାହିତ୍ୟିକ, ଗବେଷକ, ଶିକ୍ଷାବିତ ଓ ନାଟ୍ୟକାର ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ,ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତପ ଜେନା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ଵାଇଁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ପ୍ରମୁଖ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ମା’କୁ ଜାଳିଦେଲେ ପୁଅ…..
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର,ଦୋଷୀକୁ କ୍ଷମା ନାହିଁ……