ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଦ୍ୱିପହର ଧୂପ ପରେ ଦଇତାପତି ସେବାୟତ ମାନଙ୍କ ଦ୍ୱାରା ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପାଟରା ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ପଇତା ଲାଗି କରାଯିବ। ଏଥିପାଇଁ ଆଜି ଅପରାହ୍ନ ୪ ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପଇତାଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି | ଆଗକୁ ଚନ୍ଦନ ଯାତ୍ରା ଥିବାରୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଚନ୍ଦନ ଲାଗି କରାଯିବ। ଏଣୁ ଏହା ପୂର୍ବରୁ ପଇତା ଲାଗି କରାଯିବାର ପରମ୍ପରା ରହିଛି। ବର୍ଷକୁ ଦୁଇଥର ମହାପ୍ରଭୁଙ୍କ ପଇତା ଲାଗି ହେଉଥିବା ବେଳେ ଗୋଟିଏ ଓଢଣ ଷଷ୍ଠୀ ପୂର୍ବରୁ ଓ ଅନ୍ୟଟି ଚନ୍ଦନ ଯାତ୍ରା ପୂର୍ବରୁ ହେବାର ପରମ୍ପରା ରହିଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..