Report Card Odisha

| Daily Odia News

ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି | ବା ମହାବିଷୁବ ସଂକ୍ରାନ୍ତି, ଏହାକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ପଣା ଭୋଗର ବିଧି ରହିଛି । ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ ।

Breaking News