ରିପୋର୍ଟ କାର୍ଡ / ଭୁବନେଶ୍ୱର
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚଳିତ ମାସ ଜାନୁଆରୀ ୧୭ରୁ ୨୧ ତାରିଖ ଯାଏଁ ଚାଲିବ। ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିପରି ୨୫ ତାରିଖ ଯାଏଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର ସୁଯୋଗ ମିଳିବ । ଜାନୁଆରୀ ୨୫ରେ ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା । ୫ମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନରେ ଫେବୃଆରୀ ୧୬ରେ ପ୍ରଥମ, ୧୮ରେ ଦ୍ୱିତୀୟ, ୨୦ରେ ତୃତୀୟ, ଚତୁର୍ଥ ପର୍ଯ୍ୟାୟ ୨୨ ଓ ଫେବୃଆରୀ ୨୪ ତାରିଖରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।
ଫେବ୍ରୁଆରି ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..