ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବାଲଟ୍ ବକ୍ସ ସମ୍ପର୍କରେ ସୂଚନା ଦେବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଜିଲ୍ଲାରେ କେତେ ପରିମାଣର ବାଲଟ୍ ବକ୍ସ ଅଛି ୨୬ ସୁଦ୍ଧା ରିପୋର୍ଟ ଦେବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇଦିଆଯାଇଛି | ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେଲେ ୨୦୨୨ ଆରମ୍ଭରୁ ହିଁ ନିର୍ବାଚନୀ ମାହୋଲ ସରଗରମ ହେବ ବୋଲି ଚର୍ଚ୍ଚା ହେଉଛି । ଅନ୍ୟପଟେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ସବିଶେଷ ତଥ୍ୟ ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇବେ ସରକାର । ଏନେଇ ସରକାରଙ୍କୁ ରାଜ୍ୟ ନିର୍ବାଚନ କମିଶନ ଚିଠି ମଧ୍ୟ ଲେଖିଛନ୍ତି । ସେପଟେ ତିନ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।
More Stories
ସମଲିଙ୍ଗୀ ବିବାହକୁ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ…..
କେଜ୍ରିୱାଲଙ୍କ ନିର୍ବାଚନୀ ଦୁର୍ନୀତି ଅଭିଯୋଗର ତଦନ୍ତ ନିର୍ଦ୍ଦେଶ….
ଏଜେଣ୍ଡା ନଥିଲେ ଇଣ୍ଡିଆ ମେଣ୍ଟ ଭାଙ୍ଗିଯିବା ଉଚିତ…..