Report Card Odisha

| Daily Odia News

ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ଗତ ୪ଦିନରେ ୧ ଲକ୍ଷ ୩୩ ହଜାର ୫୮୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ରେକର୍ଡ ସଂଖ୍ୟକ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ବ୍ଲକ ଏବଂ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି | ଆଜି ଯେହେତୁ ଶେଷ ଦିନ ଅସମ୍ଭାଳ ଭିଡ଼ ହେବାର ଆଶଙ୍କା ରହିଛି। ଭିଡ଼ ନିୟନ୍ତ୍ରଣ କରିବାକୁ ରାଜ୍ୟ ନିର୍ବାଚନ କମିସନର ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାର୍ଥୀଙ୍କ ସହ ୫ଜଣ ବିନା ଶୋଭାଯାତ୍ରାରେ ଯାଇ ପ୍ରାର୍ଥୀ ପତ୍ର ଦାଖଲ କରିବାକୁ ନିର୍ବାଚନ କମିସନ ନିର୍ଦ୍ଦେଶନାମା ଜାରି କରିଥିଲେ ମଧ୍ୟ ଅଧିକାଂଶ ପ୍ରାର୍ଥୀ ଏହାକୁ ମାନୁନାହାନ୍ତି। ପ୍ରାର୍ଥୀମାନେ ଶତାଧିକ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି। ଶେଷ ଦିନରେ ଯେପରି ପରିସ୍ଥିତି ଅଣାୟତ୍ତ ନହୁଏ ତାହା ଉପରେ ନଜର ରଖିବାକୁ ରାଜ୍ୟ ନିର୍ବାଚନ କମିସନର ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୫ ତାରିଖରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସହ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

Breaking News