ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାରଠୁ ଆରମ୍ଭ ହେବ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ନାଏବ ସରପଞ୍ଚ ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ୧୨ରେ ବ୍ଲକ ଅଧ୍ୟକ୍ଷଙ୍କ ଲାଗି ନିର୍ବାଚନ ହେବ । ଏହା ପରେ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ପାଇଁ ହେବ। ଯେଉଁ ଗ୍ରାମପଞ୍ଚାୟତରେ ସରପଞ୍ଚ ଏବଂ ଅଧାରୁ ଅଧିକ ୱାର୍ଡ ମେମ୍ବର ନିର୍ବାଚିତ ହୋଇଛନ୍ତି। ସେଠାରେ ନାଏବ ସରପଞ୍ଚ ନିର୍ବାଚନ ହେବ । ଏହି ନିର୍ବାଚନ ପ୍ରକ୍ରିୟାରେ କୋରମର ବ୍ୟବସ୍ଥା ରହିଛି । ନାଏବ ସରପଞ୍ଚ ପାଇଁ ଦିନ୧୦ ଟାରୁ ୧୧ଟା ଭିତରେ ପ୍ରାର୍ଥୀପତ୍ର ଦଖଲ କରିବେ। ଜଣେ ସରପଞ୍ଚ ପୁରୁଷ ଥିଲେ ନାଏବ ସରପଞ୍ଚ ମହିଳା ହେବେ। କିନ୍ତୁ ସରପଞ୍ଚ ମହିଳା ଥିଲେ ନାଏବ ସରପଞ୍ଚ ମହିଳା ରହିପାରିବେ।
More Stories
ଉଭୟ ଭାରତ-ପାକିସ୍ତାନ ସଂଯମତା ରଖନ୍ତୁ….
ପ୍ରଚୁର ଔଷଧ ମହଜୁଦ୍ ରଖ…..
ଇସ୍ରାଏଲ ନାଗରିକ କଶ୍ମୀର ଛାଡ଼…..