ରିପୋର୍ଟ କାର୍ଡ / ପୁରୀ
ଆଜିଠୁ ଆରମ୍ଭ ହୋଇଛି ପବିତ୍ର ପଞ୍ଚୁକ ବ୍ରତ। ଏ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଥିବା ବେଳେ, ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଆଜି ଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ ହୋଇଛି। ଭକ୍ତମାନେ ଶ୍ରୀଜିଉଙ୍କ ଏହି ବେଶ ଦର୍ଶନ କରୁଛନ୍ତି। କାର୍ତ୍ତିକ ମାସର ଶେଷ ଏହି ପାଞ୍ଚଦିନ ସବୁଠାରୁ ପବିତ୍ର। ଯେଉଁ ବ୍ରତଧାରୀମାନେ କାର୍ତ୍ତିକ ବ୍ରତ ପାଳନ କରିନଥାନ୍ତି, ସେମାନେ ଏହି ଶେଷ ପାଞ୍ଚଦିନ କାର୍ତ୍ତିକ ବ୍ରତ ପାଳନ କରି ସମାନ ପୁଣ୍ୟ ଅର୍ଜନ କରିଥାନ୍ତି ବୋଲି ବିଶ୍ୱାସ ରହିଛି।






More Stories
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
୬ ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ….