Report Card Odisha

| Daily Odia News

ଆସନ୍ତାକାଲିଠାରୁ ପଞ୍ଚୁକ ବ୍ରତ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା…..

ରିପୋର୍ଟ କାର୍ଡ / ପୁରୀ

ଆସନ୍ତାକାଲି ଶୁକ୍ରବାରଠୁ ଆରମ୍ଭ ହେଉଛି ପବିତ୍ର ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଏହି ଶେଷ ପାଞ୍ଚ ଦିନ ସବୁଠାରୁ ପବିତ୍ର ବୋଲି ମନେ କରାଯାଏ । ଯେଉଁ ବ୍ରତଧାରୀ ମାନେ କାର୍ତ୍ତିକ ବ୍ରତ ପାଳନ କରିନଥାନ୍ତି ସେମାନେ ଏହି ଶେଷ ପାଞ୍ଚଦିନ କାର୍ତ୍ତିକ ବ୍ରତ ପାଳନ କରି ସମାନ ପୁଣ୍ୟ ଅର୍ଜନ କରିଥାନ୍ତି ବୋଲି ବିଶ୍ବାସ ରହିଛି । ଏହି ପାଞ୍ଚଦିନ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ସହ ୫ଟି ସ୍ବତନ୍ତ୍ର ବେଶରେ ମହାପ୍ରଭୁ ଦର୍ଶନ ଦେଇଥାନ୍ତି। ଏହି ଏକାଦଶୀ ତିଥିରେ ଠିଆକିଆ ବେଶ, ଦ୍ବାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ଓ କାର୍ତ୍ତିକ ପୁର୍ଣ୍ଣିମାରେ ରାଜରାଜେଶ୍ବର ବା ସୁନାବେଶରେ ଦର୍ଶନ ଦେଇଥାନ୍ତି ମହାପ୍ରଭୁ । ଆସନ୍ତା ୮ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ସେହି ଦିନ ଚନ୍ଦ୍ରଗ୍ରହଣ ମଧ୍ୟ ପଡୁଛି। ସୂର୍ଯ୍ୟୋଦୟ ୫ଟା ୫୪ ମିନିଟ୍ ୫୩ ସେକେଣ୍ଡରେ ଆରମ୍ଭ ହେଉଥିବାରୁ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ହେବ। ତେବେ ପଞ୍ଚୁକ ପାଞ୍ଚଦିନ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଶ୍ରୀମନ୍ଦିରରେ ପ୍ରବଳ ଜନଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି। ମର୍ଚ୍ଚିକୋଟ ଛକ ଠାରୁ ପ୍ରଶାସନ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ମଧ୍ୟରେ ଭକ୍ତ ମାନେ ଶୃଙ୍ଖଳାର ସହ ଆସି ସିଂହଦ୍ୱାରରେ ପ୍ରବେଶ କରି ଓ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ। ଶ୍ରୀମନ୍ଦିର ଭିତରେ ଧାଡ଼ି ଦର୍ଶନର ବ୍ୟବସ୍ଥା କରାଯାଇଛି। ପ୍ରାୟ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ମାନେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ନିୟୋଜିତ ହେବେ |

Breaking News
ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ, ୨ ଯୁବକ ଥାନାରେ ଅଟକ .  ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ ମହିଳା . ମହାନଦୀରୁ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର . ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଗିରଫ ପରୱାନା ଜାରି. ରାଜ୍ୟରେ ୧୫ରୁ ବଢିବ ଶୀତ . ଭରତପୁର ଥାନା ମାମଲା : ଆସିଲା ପଲିଗ୍ରାଫ୍‌ ପରୀକ୍ଷା ରିପୋର୍ଟ . ଟ୍ରେଡିଂ ଆପ୍‌ ପାଇଁ ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ . ଝାମ୍ପି ନେଲେ ସୁନା ଚେନ . ଓଲଟିଲା ପିଆଜ ବୋଝେଇ ଟ୍ରକ୍. ଆଜିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' . ଭୁବନେଶ୍ୱରରେ ୱାକଫ୍ ବୋର୍ଡ ସଂସଦୀୟ ଯୁଗ୍ମ କମିଟି ବୈଠକ . ପୋଲିସ ପୋଷାକରେ ଡକାୟତି, ୩ ଗିରଫ . ଶ୍ରୀକ୍ଷେତ୍ରରେ ଆଜିଠୁ ମହାପଞ୍ଚୁକ ବ୍ରତ . ୟୁଟ୍ୟୁବରେ ବିଧାୟକଙ୍କୁ ଆକ୍ଷେପ କରୁଥିଲେ, ବନ୍ଧା ହେଲେ ଯୁବକ . ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ . ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ .