ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ମଜଭୁତ କରିବା ପାଇଁ ସରକାର ଉଦ୍ୟମ ଚଳାଇଛନ୍ତି । ତେବେ ଚୀନ୍ ଓ ଜାପାନ ପରି ଅଲିମ୍ପିକ୍ସ ବିଜେତା ସୃଷ୍ଟି କରିବା ପାଇଁ ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେବାକୁ ଯୋଜନା କରିଛନ୍ତି ସରକାର । ଆସନ୍ତା୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଦୃଷ୍ଟିରେ ରଖି ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସାରା ଦେଶରେ ଓଡ଼ିଶା ସରକାର ଏପରି ପଦକ୍ଷେପ ନେବାରେ ପ୍ରଥମ । ତୃଣମୂଳ ସ୍ତରରୁ ପିଲାଙ୍କୁ ଅଲିମ୍ପିକ୍ସ ବାବଦରେ ପ୍ରଶିକ୍ଷଣ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱର ମହାନଗର ନିଗମର ୬୩ ଓ ରାଉରକେଲା ମହାନଗର ନିଗମର ୨୭ଟି ସ୍କୁଲରେ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..