Report Card Odisha

| Daily Odia News

ଅଗଷ୍ଟ ୧ ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍ ବୃଦ୍ଧି….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଅଗଷ୍ଟ ୧ ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍ ବୃଦ୍ଧି କରାଯାଇଛି । ଆଜି ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ପୂର୍ବପରି କ୍ୟାଟେଗୋରୀ Aରେ ରହିଛି ୨୦ଟି ଜିଲ୍ଲା । କ୍ୟାଟେଗୋରୀ B ରେ ସେହି ୧୦ ଜିଲ୍ଲା ରହିଛି | କ୍ୟାଟେଗୋରୀ A ରେ ୨୦ ଟି ଜିଲ୍ଲା -ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା । ରାତି ୮ଟା ଯାଏ ଖୋଲିବ ଦୋକାନ ବଜାର | ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର ଖିଲାରହିବ | କ୍ୟାଟେଗୋରୀ B ରେ ୧୦ଟି ଜିଲ୍ଲା – ଏହି ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ । ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର | ନାଇଟ କର୍ଫ୍ୟୁ ବଳବତ୍ତର ରହିବ | ସପ୍ତାହାନ୍ତ ସଟଡାଉନ ଜାରି ରହିବ | B ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ | କିନ୍ତୁ ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ। କେବଳ ପୁରୀକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ| ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ | କରୋନା ନିୟମ ମାନି ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ | ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି | ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ଅନୁମତି ମିଳିଛି | ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ | ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ବଳବତ୍ତର ରହିଛି | ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ | ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ନେଇପାରିବେ |

Breaking News