ରିପୋର୍ଟ କାର୍ଡ / ଭୁବନେଶ୍ଵର
ଏଣିକି ପରିଚୟ ପତ୍ର ନଥିଲେ ବି ଟିକା ନେଇ ପାରିବେ। ଏଭଳି ବଡ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପରିଚୟ ପତ୍ର ନଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ ଟିକାକରଣ ପ୍ରକ୍ରିୟାରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ୱାସ୍ଥ୍ୟ ବିଭାଗ) ପ୍ରଦୀପ୍ତ ମହାପାତ୍ର। ଏନେଇ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର ନିଗମ କମିଶନରମାନଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଏସିଏସ୍ ଶ୍ରୀ ମହାପାତ୍ର ଉଲ୍ଲେଖ କରିଛନ୍ତି ଯେ ଟିକା ପାଇଁ ପଞ୍ଜିକରଣ କରିବାକୁ ହେଲେ ୭ଟି ପରିଚୟ ପତ୍ର ମଧ୍ୟରୁ ଗୋଟିଏ ଦେଖାଇବାକୁ ପଡୁଛି। ହେଲେ ରାଜ୍ୟରେ ଏମିତି ବହୁ ବର୍ଗର ଲୋକ ଅଛନ୍ତି, ଯେଉଁମାନଙ୍କ ନିକଟରେ ଏହି ପରିଚୟ ପତ୍ର ଗୁଡ଼ିକ ମଧ୍ୟରୁ କୌଣସିଟି ବି ନାହିଁ। କିନ୍ତୁ ସେମାନେ ବି କୋଭିଡ ସଂକ୍ରମିତ ହୋଇପାରନ୍ତି। ବିଭିନ୍ନ ଧର୍ମର ସାଧୁ, ସନ୍ଥ, ଯାଯାବର ଜୀବନ ବିତାଉଥିବା ନିରାଶ୍ରୟ, ଭିକାରୀ, ମାନସିକ ଚିକିତ୍ସା ଅନୁଷ୍ଠାନ ଏବଂ ବୃଦ୍ଧାଶ୍ରମରେ ରହୁଥିବା ଅନ୍ତେବାସୀମାନଙ୍କୁ ଏହି ବର୍ଗରେ ତାଲିକାଭୁକ୍ତ କରାଯାଇଛି। ଏହି ବର୍ଗର ୧୮ ବର୍ଷରୁ ଅଧିକ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଟିକାକରଣ ପ୍ରକ୍ରିୟାରେ ସାମିଲ କରିବାକୁ ତ୍ୱରିତ ପଦକ୍ଷେପ ନେବାକୁ ଏସିଏସ୍ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।
More Stories
ବିଧାନସଭା ନିର୍ବାଚନରେ ନାୟବ ସିଂହ ସୈନିଙ୍କ ବାଜିମାତ…..
ପାରାଦୀପ ବନ୍ଦରରେ କ୍ରେନରୁ ଭାଙ୍ଗିଗଲା ବୁମ୍ ଗ୍ରାଫ୍…..
ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା…..