ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ପେଟ୍ରୋଲ ଲିଟର ପ୍ରତି ୭୫ରୁ ୮୪ ପଇସା ବୃଦ୍ଧି କରାଯାଇଥିବା ବେଳେ ଡିଜେଲ ଦର ମଧ୍ୟ ୭୫ ରୁ ୮୫ ପଇସା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ଆଜି ବି ୮୦ ପଇସା ଲେଖାଏଁ ବୃଦ୍ଧି ପାଇଛି । ଫଳରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ୧୦୫.୪୧ ଟଙ୍କା ଓ ଡିଜେଲ ୯୬. ୬୭ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ଗତକାଲି ପେଟ୍ରୋଲ ୮୪ ପଇସା ଓ ଡିଜେଲ ୮୫ ପଇସା ବୃଦ୍ଧି କରାଯାଇଥିବା ବେଳେ ଆଜି ମଧ୍ୟ ମୁମ୍ବାଇରେ ପୁଣି ପେଟ୍ରୋଲ ୮୪ ପଇସା ଓ ଡିଜେଲ ୮୫ ପଇସା ବୃଦ୍ଧି କରାଯାଇଛି । ଆଜିର ବୃଦ୍ଧି ଦରକୁ ମିଶାଇ ମୁମ୍ବାଇରେ ପେଟ୍ରୋଲ ଲିଟର ପ୍ରତି ୧୨୦ ଟଙ୍କା ୫୧ ପଇସା ଓ ଡିଜେଲ ୧୦୪ ଟଙ୍କା ୭୭ ପଇସା ରହିଛି । କୋଲକାତାରେ ପେଟ୍ରୋଲର ମୂଲ୍ୟ ୧୧୫.୧୨ ଟଙ୍କା ଥିବାବେଳେ ଡିଜେଲର ଲିଟର ପିଛା ୯୯.୮୩ ଟଙ୍କା ରହିଛି । ଏଥି ସହିତ ଚେନ୍ନାଇରେ ମଧ୍ୟ ପେଟ୍ରୋଲ ଲିଟର ପିଛା ୧୧୦.୮୫ ଟଙ୍କା ଏବଂ ଡିଜେଲ ଲିଟର ପିଛା ୧୦୦.୯୪ ଟଙ୍କା ରହିଛି ।






More Stories
ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ…….
ସ୍କୁଲରେ ୨୨ ଛାତ୍ରୀଙ୍କୁ ଯୌନ ନିର୍ଯାତନା,ପ୍ରିନ୍ସପାଲଙ୍କ ସମେତ ୩ ଗିରଫ……
ତହସିଲ୍ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…..