ରିପୋର୍ଟ କାର୍ଡ / ଭୁବନେଶ୍ୱର
ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ ଦେଖିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ୫୦ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ ଅନୁଷ୍ଠିତ ହୋଇଥିଲା। ଏହି ପ୍ରବେଶିକା ପରୀକ୍ଷା ପାଇଁ ୫୮,୬୧୩ଜଣ ଛାତ୍ରୀଛାତ୍ର ଆବେଦନ କରିଥିବାବେଳେ ୫୩,୯୦୧ଜଣ ପରୀକ୍ଷା ଦେଇଥିଲେ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ୧୩୨ଟି ଉଚ୍ଚଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ମୋଟ ୩୨,୩୦୯ଟି ସିଟ୍ ରହିଛି। କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ଆଧାରରେ ଏହି ନାମଲେଖା କରାଯାଉଛି। ଚଳିତବର୍ଷର ନାମଲେଖା ସମୟସୂଚୀ ଖୁବ୍ଶୀଘ୍ର ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।





More Stories
ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..