ରିପୋର୍ଟ କାର୍ଡ / ପିପିଲି
ପିପିଲି ଥାନା ଅନ୍ତର୍ଗତ ସାନକଣ୍ଟି ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ସାନକଣ୍ଟି ଗାଁର ବବଲୁ ପାଇକରାୟ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ରବିବାର ରାତିରେ କିଛି ଲୋକ ଫୋନ୍ କରି ବବଲୁଙ୍କୁ ଡାକିଥିଲେ। ବବଲୁ ଘରୁ ବାହାରକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରିନଥିଲେ। ମାତ୍ର ରାତି ପ୍ରାୟ ୧ଟା ସମୟରେ ନିକଟବର୍ତ୍ତୀ କେନାଲ ବନ୍ଧର ଏକ ମଣ୍ଡପ ନିକଟରୁ ଗୁରୁତର ଅବସ୍ଥାରେ ପରିବାର ଲୋକ ବବଲୁଙ୍କୁ ଉଦ୍ଧାର କରିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବବଲୁଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି |






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..