ରିପୋର୍ଟ କାର୍ଡ / ପିପିଲି
ଆସନ୍ତା ୧୭ ତାରିଖରେ ପିପିଲି ଉପନିର୍ବାଚନ | ସେଥିପାଇଁ ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସର ଭୋଟରମାନଙ୍କ ନିମନ୍ତେ ପୋଷ୍ଟାଲ ବାଲାଟ ନିଆଯାଉଛି। ଆଜି ସକାଳ ୯ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପିପିଲି ଅଭିମୁଖେ ବାହାରିଛି। ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୮୨୧୨ ଜଣ ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଓ ଦିବ୍ୟାଙ୍ଗ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି । ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଥିବା ନେଇ ସୂଚନା ମିଳିଛି |
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……
ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……